fbpx

୨୪ ଘଣ୍ଟାରେ ୪୪୨ ମୃତ

Advertisement

ନୂଆଦିଲ୍ଲୀ, ୧୨।୧୨: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୨ ହଜାର ୬୨୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦ ହଜାର ୦୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୨ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଲକ୍ଷ ୨୬ ହଜାର ୭୭୫ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୩ ଲକ୍ଷ ୫୯ ହଜାର ୮୧୯ ଜଣ ଚିକିତ୍ସିତ ହେଉଥିବା ବେଳେ ୯୩ ଲକ୍ଷ ୨୪ ହଜାର ୩୨୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.