fbpx

ଅସମ୍ଭାଳ ସ୍ଥିତି : ଦିନକରେ ୫୬,୨୧୧ ଆକ୍ରାନ୍ତ ବେଳେ ୨୭୧ ମୃତ

ନୂଆଦିଲ୍ଲୀ, ୩୦। ୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୭୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୨ ହଜାର ୧୧୪ କୁ ବୃଦ୍ଧି ପାଇଛି । ଦିନକରେ ୫୬ ହଜାର ୨୧୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ତେବେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୦ ଲକ୍ଷ ୯୫ ହଜାର ୮୫୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୪୦ ହଜାର ୭୨୦ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୩ ଲକ୍ଷ ୯୩ ହଜାର ୦୨୧ରେ ପହଞ୍ଚିଛି । କଲି ସୁଦ୍ଧା ୬ କୋଟି ୧୧ ଲକ୍ଷ ୧୩ ହଜାର ୩୫୪ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.