fbpx

ଦେଶରେ ଗତ ୨୪ ଘଣ୍ଟାରେ ୭୧୪ ଜୀବନ ନେଲା କରୋନା

ନୂଆଦିଲ୍ଲୀ, ୩ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୭୧୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୪ ହଜାର ୧୧୦କୁ ବୃଦ୍ଧି ପାଇଛି । ଦିନକରେ ୮୯ ହଜାର ୧୨୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୩ ଲକ୍ଷ ୯୨ ହଜାର ୨୬୦କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୫୮ ହଜାର ୯୦୯ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୫ ଲକ୍ଷ ୬୯ ହଜାର ୨୪୧ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୭ କୋଟି ୩୦ ଲକ୍ଷ ୫୪ ହଜାର ୨୯୫ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.