fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୦.୨୩ ଲକ୍ଷ ଟପିଲା

ନୂଆଦିଲ୍ଲୀ, ୧୮। ୪ (ଓଡିଶା ଭାସ୍କର): ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୦ ଲକ୍ଷ ୨୩ ହଜାର ୨୭୨ରେ ପହଞ୍ଚିଛି । ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ କୋଟି ୧୨ ଲକ୍ଷ ୯୫ ହଜାର ୨୨୪କୁ ବୃଦ୍ଧି ପାଇଛି । ମୋଟ ୧୧ କୋଟି ୯୯ ଲକ୍ଷ ୧୦ ହଜାର ୩୭୮ ଜଣ ସୁସ୍ଥ ହୋଇଛନ୍ତି । ବିଶ୍ୱର ୨୧୯ ଦେଶରେ କାୟା ବିସ୍ତାର କରିବାରେ ଲାଗିଛି କରୋନା । ତେବେ ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ପୁଣି ଥରେ ଅସ୍ତବ୍ୟସ୍ତ ହୋଇପଡିଛି ।

Get real time updates directly on you device, subscribe now.