fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୩.୧୭ ଲକ୍ଷ ପାର

ନୂଆଦିଲ୍ଲୀ, ୧୧। ୫ : ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୩ ଲକ୍ଷ ୧୭ ହଜାର ୩୪୫ରେ ପହଞ୍ଚିଛି । ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫ କୋଟି ୯୫ ଲକ୍ଷ ୯୩ ହଜାର ୯୮୭ କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ମୋଟ ୧୩ କୋଟି ୭୨ ଲକ୍ଷ ୫୫ ହଜାର ୨୪୪ ଜଣ ସୁସ୍ଥ ହୋଇଛନ୍ତି । ୧ବିଶ୍ୱର ୨୨୨ ଦେଶରେ କାୟା ବିସ୍ତାର କରିବାରେ ଲାଗିଛି କରୋନା । ତେବେ ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ପୁଣି ଥରେ ଅସ୍ତବ୍ୟସ୍ତ ହୋଇପଡିଛି । ଟିକାକରଣ ସତ୍ତ୍ବେ ଲୋକେ କରୋନା କଟକଣା ମାନୁ ନଥିବାରୁ ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବଢ଼ିଛି। କରୋନା ପ୍ରଭାବିତ ଦେଶ ମଧ୍ୟରୁ ଆମେରିକାରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ରହିଛି । ବିଶ୍ୱରେ କୋଭିଡ ସଂକ୍ରମଣରେ ଭାରତ ୨ୟ ସ୍ଥାନରେ ରହିଥିବା ବେଳେ ବ୍ରାଜିଲ ତୃତୀୟ ସ୍ଥାନରେ ରହିଛି ।

Get real time updates directly on you device, subscribe now.