fbpx

୨୪ ଘଣ୍ଟାରେ ୩୮୭ କରୋନା ଆକ୍ରାନ୍ତ ମୃତ

ନୂଆଦିଲ୍ଲୀ, ୧୬।୧୨: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୪ ହଜାର ୦୯୬ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬ ହଜାର୩୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୯ ଲକ୍ଷ ୩୨ ହଜାର ୫୪୮ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୩ ଲକ୍ଷ ୩୨ ହଜାର ୦୦୨ ଜଣ ଚିକିତ୍ସିତ ହେଉଥିବା ବେଳେ ୯୪ ଲକ୍ଷ ୫୬ ହଜାର ୪୪୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.