fbpx

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୬ ହଜାର ୧୧୧କୁ ବୃଦ୍ଧି

Advertisement

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଦେଶରେ ୧ ଲକ୍ଷ ୪୬ ହଜାର ୧୧୧ ମୃତକଙ୍କ ସଂଖ୍ୟା ପାର ହୋଇଥିବା ବେଳେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୩୦୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦିନକରେ ୧୯ ହଜାର ୫୫୬ ନୂଆ ପିଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭଙ୍କ ସଂଖ୍ୟା ୧,୦୦,୭୫,୧୧୬କୁ ବୃଦ୍ଧି ପାଇଛି। ସେହିପରି ୨,୯୨,୫୧୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୬,୩୬,୪୮୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪ ଘଣ୍ଟାରେ ୨୯,୬୯୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Get real time updates directly on you device, subscribe now.