fbpx

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୨ ହଜାର୧୮୬କୁ ବୃଦ୍ଧି

ନୂଆଦିଲ୍ଲୀ, ୧୧।୧୨: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୨ ହଜାର୧୮୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୩୯୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୧୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୯୬ ହଜାର ୭୭୯ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୩ ଲକ୍ଷ ୬୩ ହଜାର ୭୪୯ ଜଣ ଚିକିତ୍ସିତ ହେଉଥିବା ବେଳେ ୯୨ ଲକ୍ଷ ୯୦ ହଜାର ୮୩୪ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.