fbpx

କେଜ୍ରିୱାଲଙ୍କୁ ପୁଣି ଝଟକା: ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇଲେ କୋର୍ଟ

Advertisement

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଲାଗିଛି ପୁଣି ଏକ ଝଟକା । କେଜ୍ରିୱାଲଙ୍କୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇଛନ୍ତି ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ । ଦିଲ୍ଲୀ ମଦ ନୀତି ମାମଲାରେ ଜେଲରେ ଥିବା କେଜ୍ରିୱାଲଙ୍କୁ ସିବିଆଇ ଅଧିକାରୀମାନେ ଆଜି ରାଉଜ ଏଭେନ୍ୟୁ କୋର୍ଟରେ ହାଜର କରାଇଥିଲେ । ଏବେ କେଜ୍ରିୱାଲଙ୍କ ରିମାଣ୍ଡର ଆବଶ୍ୟକତା ନଥିବା ସିବିଆଇ ପକ୍ଷରୁ କୋର୍ଟରେ କୁହାଯାଇଥିଲା । ଏଥିସହିତ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ନ୍ୟାୟିକ ହେପାଜତକୁ ପଠାଇବାକୁ ଯାଞ୍ଚ ଏଜେନ୍ସି ଅନୁମତି ମାଗିଥିଲା । ସିବିଆଇର ଦାବିକୁ ବିଚାର କରିବା ପରେ କୋର୍ଟ କେଜ୍ରିୱାଲଙ୍କୁ ନ୍ୟାୟିକ ହେପାଜତକୁ ପଠାଇ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ୨୫ ତାରିଖରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ତିହାର ଜେଲରୁ ଗିରଫ କରିଥିଲା ସିବିଆଇ । ଦିଲ୍ଲୀ ଅବକାରୀ ନୀତି ମାମଲାରେ ସିବିଆଇ ତିହାର ଜେଲରେ କେଜ୍ରିୱାଲଙ୍କୁ ପଚରାଉଚରା କରିଥିଲା ।ତା’ପରେ କେନ୍ଦ୍ରୀୟ ଏଜେନ୍ସି ମୁଖ୍ୟମନ୍ତ୍ରୀଙ୍କୁ ଗିରଫ କରିଥିଲା । ଏଥିସହିତ କେଜ୍ରିୱାଲଙ୍କର ବୟାନ ରେକର୍ଡ କରାଯାଇଥିଲା । ଅନ୍ୟପକ୍ଷରେ କେଜ୍ରିୱାଲଙ୍କ ବିରୋଧରେ ଏକ ବଡ଼ ଷଡ଼ଯନ୍ତ୍ର କରାଯାଉଛି ବୋଲି କହିଥିଲେ ଆମ୍ ଆଦମୀ ପାର୍ଟି (ଆପ) ରାଜ୍ୟସଭା ସାଂସଦ ସଞ୍ଜୟ ସିଂହ ।

Get real time updates directly on you device, subscribe now.