fbpx

ସ୍ୱତନ୍ତ୍ର କୋଭିଡ଼୍ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ

ଭୁବନେଶ୍ୱର, ୨୫ା୩(ଓଡ଼ିଶା ଭାସ୍କର): ସାରା ବିଶ୍ୱରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା । ଏହା ସାରା ବିଶ୍ୱର ମୁଣ୍ଡ ବିନ୍ଧାର କାରଣ ପାଲଟି ସାରିଛି । ତେଣୁ ସ୍ୱତନ୍ତ୍ର କୋଭିଡ଼ ହସ୍ପିଟାଲ ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରସ୍ତାବ ଦେଇଛନ୍ତି ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ବର୍ତ୍ତମାନ ରାଜ୍ୟରେ କରୋନା ନିୟନ୍ତ୍ରଣରେ ରହିଛି ବୋଲି ମନ୍ତ୍ରୀ କହିଛନ୍ତି । ଭବିଷ୍ୟତକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବା ଜରୁରୀ ବୋଲି ମନ୍ତ୍ରୀ କହିଛନ୍ତି । ସ୍ୱତନ୍ତ୍ର କୋଭିଡ଼୍ ହସ୍ପିଟାଲ ସ୍ଥାପନ ହେଲେ ସଂକ୍ରମଣକୁ ରୋକି ହେବ ବୋଲି ସେ କହିଛନ୍ତି । ଜୟଦେବ ବିହାରରେ ବନ୍ଦ ଥିବା କୋଠାକୁ ହସ୍ପିଟାଲ କରାଯାଇପାରିବ ବୋଲି ସେ ପ୍ରସ୍ତାବ ଦେଇଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୮୨ ଥିବା ବେଳେ ୧୦ଜଣଙ୍କର ମୃତ୍ୟୁ ହୋଇସାରିଛି । ସେହିପରି ଓଡ଼ିଶାରେ ଦୁଇ ଜଣ କରୋନାରେ ଆକ୍ରାନ୍ତ ଅଛନ୍ତି ।

Get real time updates directly on you device, subscribe now.