fbpx
BSKY
BJD YOUTH SKY
BJD MS SKY

୩ ଲକ୍ଷରୁ ଖସିଲା ଦୈନିକ ସଂକ୍ରମଣ: ଆଜି ୪୧୦୬ ମୃତ, ୨.୮୧ ଲକ୍ଷ ପଜିଟିଭ୍

ନୂଆଦିଲ୍ଲୀ, ୧୭ା୫ : ଦେଶରେ କରୋନା ଥମିବାର ନାଁ ଧରୁନାହିଁ । ବିଭିନ୍ନ କଟକଣା, ଟିକାକରଣ ମଧ୍ୟ କରୋନା ସଂକ୍ରମଣ ଓ ମୃତ୍ୟୁ ଉପରେ କୌଣସି ପ୍ରଭାବ ପକାଇ ପାରିନାହିଁ । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୧୦୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୭୪ ହଜାର ୩୯୦କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୮୧ ହଜାର ୩୮୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୪୬ ଲକ୍ଷ ୮୪ ହଜାର ୭୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ଲକ୍ଷ ୧୬ ହଜାର ୯୯୭ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୧୧ ଲକ୍ଷ ୭୪ ହଜାର ୭୬ରେ ପହଞ୍ଚିଛି । ୧୮ କୋଟି ୨୯ ଲକ୍ଷ ୨୬ ହଜାର ୪୬୦ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.