fbpx
BSKY
BJD SHG SKY
BJD MC SKY

ରାଜ୍ୟରେ କମୁନାହିଁ କରୋନା ମୃତ୍ୟୁ: ଆଜି ୪୦ ଜଣଙ୍କ ପ୍ରାଣହାନୀ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି । ଆଜି ବରଗଡ଼ ଓ କଟକରୁ ସର୍ବାଧିକ ୫ ଜଣ ଲେଖାଏଁ, କୋରାପୁଟ, ମୟୂରଭଞ୍ଜ ଓ ରାୟଗଡ଼ାରୁ ୪ ଜଣ ଲେଖାଏଁ, ଖୋର୍ଦ୍ଧା, ଗଞ୍ଜାମ ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ, ବଲାଙ୍ଗିର, ପୁରୀ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି ଓ ନୟାଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.