fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୮.୧୦ ଲକ୍ଷରେ ପହଞ୍ଚିଲା

Advertisement

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୧୦ ହଜାର ୬୨ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୬୩ ଲକ୍ଷ ୮୫ ହଜାର ୩୨୫କୁ ବୃଦ୍ଧି ପାଇଛି । ମୋଟ ୧୬ କୋଟି ୩ ଲକ୍ଷ ୪୪ ହଜାର ୫୩୧ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୨୨ ଲକ୍ଷ ୩୦ ହଜାର ୭୩୨ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୫ ହଜାର ୩୫୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୦ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୧୫ ହଜାର ୩୭ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.