fbpx

ଦେଶରେ କମିଲା କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା

Advertisement

ନୂଆଦିଲ୍ଲୀ : ଦେଶରେ କରୋନା ସାମାନ୍ୟ ହ୍ରାସ ପାଇବା ଦେଖାଯାଇଛି । ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ କମିଥିବା ଜଣାପଡ଼ିଛି । ତେବେ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୫୧୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭ ହଜାର ୨୩୧କୁ ବୃଦ୍ଧି ପାଇଛି । ଦିନକରେ ୧ ଲକ୍ଷ ୯୬ ହଜାର ୪୨୭ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୯ ଲକ୍ଷ ୪୮ ହଜାର ୮୭୪କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଲକ୍ଷ ୮୬ ହଜାର ୭୮୨ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୪୦ ଲକ୍ଷ ୫୪ ହଜାର ୮୬୧ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୯ କୋଟି ୮୫ ଲକ୍ଷ ୩୮ ହଜାର ୯୯୯ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.