fbpx

ଦେଶରେ ଖସୁଛି କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ହ୍ରାସ ପାଇଥିବା ଜଣାପଡ଼ିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୭୮୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୩୧ ହଜାର ୯୦୯କୁ ବୃଦ୍ଧି ପାଇଛି । ଦିନକରେ ୧ ଲକ୍ଷ ୨୭ ହଜାର ୫୧୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୧ ଲକ୍ଷ ୭୩ ହଜାର ୬୫୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ଲକ୍ଷ ୨ ହଜାର ୨୪୨ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୫୯ ଲକ୍ଷ ୪୭ ହଜାର ୬୨୯ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୧ କୋଟି ୬୦ ଲକ୍ଷ ୪୬ ହଜାର ୬୩୮ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.