fbpx
BSKY SKY
BSKY SKY

ଦେଶରେ ପୁଣି ବଢ଼ିଲା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା

BSKY

ନୂଆଦିଲ୍ଲୀ, ୧୨ା୫ : ଦେଶରେ ପୁଣି କରୋନା ମୃତକ ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୨୦୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୫୪ ହଜାର ୧୯୭କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୪୮ ହଜାର ୪୨୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୩୩ ଲକ୍ଷ ୪୦ ହଜାର ୯୩୮୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ଲକ୍ଷ ୪ ହଜାର ୯୯ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୯୩ ଲକ୍ଷ ୮୨ ହଜାର ୬୪୨ରେ ପହଞ୍ଚିଛି । ୧୭ କୋଟି ୫୨ ଲକ୍ଷ ୩୫ ହଜାର ୯୯୧ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.