fbpx
BSKY
BJD SHG SKY
BJD YOUTH SKY

ଦେଶରେ ବଢ଼ିଲା ମୃତ୍ୟୁସଂଖ୍ୟା, ଆଜି ୨.୬୭ ଲକ୍ଷ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୯ା୫ : ଦେଶରେ କରୋନା ଥମିବାର ନାଁ ଧରୁନାହିଁ । ବିଭିନ୍ନ କଟକଣା, ଟିକାକରଣ ମଧ୍ୟ କରୋନା ସଂକ୍ରମଣ ଓ ମୃତ୍ୟୁ ଉପରେ କୌଣସି ପ୍ରଭାବ ପକାଇ ପାରିନାହିଁ । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୫୨୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୮୩ ହଜାର ୨୪୮କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୬୭ ହଜାର ୩୩୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୫୪ ଲକ୍ଷ ୯୬ ହଜାର ୩୩୦କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ଲକ୍ଷ ୨୬ ହଜାର ୭୧୯ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୧୯ ଲକ୍ଷ ୮୬ ହଜାର ୩୬୩ରେ ପହଞ୍ଚିଛି । ୧୮ କୋଟି ୫୮ ଲକ୍ଷ ୯ ହଜାର ୩୦୨ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.