fbpx

କରୋନାକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି: ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ, ୨୦ା୨: ଦେଶରେ କିଛି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏନେଇ କର୍ଣ୍ଣାଟକ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । କେରଳ ଓ ମହାରାଷ୍ଟ୍ରରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ସରକାରଙ୍କ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି । ଅନ୍ୟ ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ ସରକାର ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ରାଜ୍ୟ ସରକାର ବାହାରୁ ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ ଗାଇଡଲାଇନ୍ ଜାରି କରିଥିଲେ । ଅନ୍ୟ ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ କୋଭିଡ୍ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ ବୋଲି କର୍ଣ୍ଣାଟକ ରାଜସ୍ୱ ମନ୍ତ୍ରୀ ସୂଚନା ଦେଇଛନ୍ତି । ଦକ୍ଷିଣ ଆଫ୍ରିକା ଓ ବ୍ରାଜିରେ ନୂଆ ଷ୍ଟ୍ରେନ ଚିହ୍ନଟ ହେବା ପରେ ସରକାର ସଂକ୍ରମଣ ନେଇ ସତର୍କ ହୋଇଛନ୍ତି ।

Get real time updates directly on you device, subscribe now.