fbpx

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୪୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।

ଆଜି ୧୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮୪ ଓ ସ୍ଥାନୀୟ ଅଞ୍ଚଳରୁ ୬୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୭୬୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୧୯ ରହିଥିବା ବେଳେ ୧ ହଜାର ୫୯୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.