ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୩୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୨୬ ଓ ସ୍ଥାନୀୟ ଅଞ୍ଚଳରୁ ୧୬୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୨ ହଜାର ୮୬୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୬୮ ହଜାର ୧୫୮ ରହିଥିବା ବେଳେ ୫ ହଜାର ୬୩୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Cuttack: 21
8. Deogarh: 5
9. Dhenkanal: 11
10. Gajapati: 30
11. Ganjam: 7
12. Jagatsinghpur: 7
13. Jajpur: 23
14. Jharsuguda: 13
15. Kalahandi: 3
16. Kandhamal: 4
17. Kendrapada: 15
18. Keonjhar: 8
19. Khurda: 53
20. Koraput: 12
21. Malkangiri: 3
22. Mayurbhanj: 20— I & PR Department, Odisha (@IPR_Odisha) February 21, 2022
23. Nawarangpur: 8
24. Nayagarh: 13
25. Nuapada: 8
26. Puri: 3
27. Rayagada: 20
28. Sambalpur: 24
29. Sundargarh: 16
30. State Pool: 13New recoveries: 1049
Cumulative tested: 28879806
Positive: 1282869
Recovered: 1268158
Active cases: 5632— I & PR Department, Odisha (@IPR_Odisha) February 21, 2022