ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ଆଜି ୫୯୦୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୧୯ ଓ ସ୍ଥାନୀୟ ଅଞ୍ଚଳରୁ ୨୪୮୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୩୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୧ ହଜାର ୧୬୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୫୨ ହଜାର ୨୩୯ ରହିଥିବା ବେଳେ ୭୦ ହଜାର ୩୨୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Cuttack: 402
8. Deogarh: 89
9. Dhenkanal: 73
10. Gajapati: 69
11. Ganjam: 95
12. Jagatsinghpur: 82
13. Jajpur: 191
14. Jharsuguda: 63
15. Kalahandi: 168
16. Kandhamal: 86
17. Kendrapada: 144
18. Keonjhar: 128
19. Khurda: 1430
20. Koraput: 64
21. Malkangiri: 55— I & PR Department, Odisha (@IPR_Odisha) January 27, 2022
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ରୁ ୩ ଜଣ, ବାଲେଶ୍ୱର, ଭୁବନେଶ୍ୱର, କେଉଁଝର, କୋରାପୁଟ, ରାୟଗଡ଼ାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 10078
Cumulative tested: 27382124
Positive: 1231169
Recovered: 1152239
Active cases: 70327— I & PR Department, Odisha (@IPR_Odisha) January 27, 2022