fbpx

ପ୍ରଦୀପ ମାମଲା: ସିଡି ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ

ଭୁବନେଶ୍ୱର,୪ ।୧(ଓଡିଶା ଭାସ୍କର): ଟାଟା ମୋଟର୍ସ ଠକେଇ ଘଟଣାରେ ଗିରଫ ହୋଇଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ପ୍ରସଙ୍ଗରେ କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ହାଇକୋର୍ଟ ପକ୍ଷରୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ସପ୍ତାହରେ ଏହି ମାମଲାର ଶୁଣାଣି ହେବ ବୋଲି ଜଣାପଡିଛି ।

ଉଲ୍ଲେଖଯୋଗ୍ୟ ଯେ, ଟାଟା କମ୍ପାନିରେ ଚାକିରି କରାଇଦେବା ନାଁରେ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ଭାବୀ ଜ୍ବାଇଁ ଆକାଶ ପାଠକ ଅନେକ ଶିକ୍ଷିତ ଯୁବକଙ୍କୁ ଠକିଥିବା ଅଭିଯୋଗ ରହିଛି। ଏହା ଜଣାପଡ଼ିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ପାଣିଗ୍ରାହୀଙ୍କୁ ଦଳରୁ ବହିଷ୍କୃତ କରିଥିଲେ। ପରେ କ୍ରାଇମବ୍ରାଞ୍ଚ ଶ୍ରୀ ପାଣିଗ୍ରାହୀଙ୍କୁ ଗିରଫ କରିଥିବା ବେଳେ ସେ ଏବେ ଝାରପଡ଼ା ଜେଲ୍‌ରେ ରହିଛନ୍ତି।

Get real time updates directly on you device, subscribe now.