ବିଜେଡିରୁ ବହିଷ୍କୃତ ହେଲେ କଟକ ଜିଲ୍ଲା ବିଜେଡି ଉପସଭାପତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦେଶରେ ଲୋକସଭା ନିର୍ବାଚନର ୫ର୍ଥ ପର୍ଯ୍ୟାୟ ମତଦାନ ସରିଥିବା ବେଳେ ଆଉ ୨ଟି ପର୍ଯ୍ୟାୟ ବାକି ରହିଛି । ସେହିପରି ଓଡ଼ିଶାରେ ଏହା ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ମତଦାନ ସରିଥିବା ବେଳେ ଆଗକୁ ଆଉ ଦୁଇଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ମେ ୨୫ରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପର୍ଯ୍ୟାୟ ମତଦାନ ଗ୍ରହଣ କରାଯିବ । ତୃତୀୟ ପର୍ଯ୍ୟାୟରେ ରାଜ୍ୟର ସମ୍ବଲପୁର, କେଉଁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ପରି ଗୁରୁତ୍ୱପୂର୍ଣ୍ଣ ଆସନରେ ଭୋଟିଂ ହେବ ।

ତେବେ ନିର୍ବାଚନ ପାଇଁ ବିଜେଡି ତା’ର ସମସ୍ତ ପ୍ରସ୍ତୁତି ଜୋରସୋରରେ ଜାରି ରଖିଛି । ଏହା ମଧ୍ୟରେ ବିଜେଡି ଶିବିରରୁ ଆସିଛି ଏକ ବଡ଼ ଖବର । ଦଳ ବିରୋଧୀ କାର୍ଯ୍ୟ କାରଣୁ ଜଣେ ନେତାଙ୍କୁ ଦଳରୁ ବହିଷ୍କାର କରାଯାଇଛି । କଟକ ଜିଲ୍ଲା ବିଜେଡି ଉପସଭାପତି ପ୍ରଫୁଲ୍ଲ ମହାପାତ୍ରଙ୍କୁ ଦଳରୁ ବହିଷ୍କାର କରାଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଏନେଇ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.