fbpx

ପୁରୀଠାରୁ ୭୪୦ କିମି ଦୂରରେ ବାତ୍ୟା ‘ଅସାନି’: ୧୦ରୁ ୧୨ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭୀଷଣ ବାତ୍ୟାର ରୂପ ନେଇ ‘ଅସାନି’ ଉପକୂଳର ନିକଟତର ହେଉଛି । ପୁରୀଠାରୁ ଉତ୍ତର-ଉତ୍ତରପୂର୍ବ ଦିଗରେ ୭୪୦ କିମି ଦୂରରେ ତାହା କେନ୍ଦ୍ରୀଭୂତ ହୋଇଛି । ଉତ୍ତର-ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୨୧ କିମି ବେଗରେ ଗତି କରୁଛି । ଲ୍ୟାଣ୍ଡଫଲ ସମ୍ଭାବନା ନଥିଲେ ବି ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାରୁ ପ୍ରଭାବରେ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ନିକଟ ଦେଇ ଗତି ବେଳେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ତେବେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟାର ନାଁ ‘ଅସାନି’ ରଖାଯାଇଛି । ‘ଅସାନି’ର ଅର୍ଥ ହେଉଛି କ୍ରୋଧ । ଶ୍ରୀଲଙ୍କା ପକ୍ଷରୁ ଏହି ବାତ୍ୟାର ନାମକରଣ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୧୦ ତାରିଖ ସନ୍ଧ୍ୟା ବେଳକୁ ଏହା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତ୍ତୀପହଞ୍ଚିବ । ତେବେ ଏହା ସ୍ଥଳଭାଗ ଛୁଇଁବାର ସମ୍ଭାବନା ନାହିଁ ବୋଲି । ଏହାପରେ ଅସାନିର ଦିଗ ପରିବର୍ତ୍ତନ ହେବ ।

ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବ ଏବଂ ଓଡ଼ିଶା ଉପକୂଳରେ ସମାନ୍ତରାଳ ଭାବରେ ମୁହାଁଇବ । ବାତ୍ୟା ପ୍ରଭାବରେ ୧୦ ତାରିଖ ସନ୍ଧ୍ୟାରୁ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରାଥମିକ ପର୍ଯ୍ୟାୟରେ ପବନର ବେଗ ୪୦ରୁ ୫୦ କି.ମି. ରହିବାର ଥିବାବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ଏହା ୮୦ କି.ମି. ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ୩ ଦିନ ଧରି ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନେ ଏହି ୩ ଦିନ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଛି । ଯେଉଁମାନେ ବି ସମୁଦ୍ର ଭିତରକୁ ଯାଇଛନ୍ତି ସେମାନେ ତୁରନ୍ତ କୂଳକୁ ଫେରିଆସିବା ପାଇଁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.