fbpx

ଦୁର୍ବଳ ହୋଇ ଗୋପାଳପୁର ପାଖ ଦେଇଯିବ ବାତ୍ୟା ‘ଅସାନି’: ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟା ଅସାନି ଭୀଷଣ ବାତ୍ୟାରୁ ବାତ୍ୟାର ପରିଣତ ହେବ । ପଶ୍ଚିମ-କେନ୍ଦ୍ରୀୟ ଓ ତତସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୫ କିମି ବେଗରେ ଗତି କରୁଛ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗର ବୈଜ୍ଞାନିକ ଉମାଶଙ୍କର ଦାଶ । ବର୍ତ୍ତମାନ ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୫୧୦ କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୯୦କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ।

ଏହା ଉତ୍ତର-ପଶ୍ଚିମ ଦିଗରେ ଗତିପଥ ବଜାୟ ରଖିବା ସହ ଆଜି ପଶ୍ଚିମ-କେନ୍ଦ୍ରୀୟ ଓ ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଉତ୍ତର-ଆନ୍ଧ୍ର ଓ ଓଡ଼ିଶା ଉପକୂଳ ପହଞ୍ଚିବାର ସମ୍ଭାବନା ରହିଛି ।ଓଡିଶା ଉପକୂଳ ହେବା ବେଳକୁ ବାତ୍ୟା ଗଭୀର ଅବପାତ କିମ୍ବା ଅବପାତ ରେ ପରିଣତ ହୋଇସାରିଥିବ ବୋଲି ସୂଚନା ଦେଇଛନ୍ତି ଉମା ଶଙ୍କର ଦାଶ ।

୨୪ ଘଣ୍ଟାରେ ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହେବ । ବାତ୍ୟା ଅତିକ୍ରମ କରିବା ସମୟରେ ଗୋପାଳପୁର ଠାରୁ ୭୮ କିମି ଏବଂ ପୁରୀ ଠାରୁ ୧୫୩ କିମି ଦୂରରେ ରହିବ । ମଧ୍ୟରାତ୍ରୀ ସୁଦ୍ଧା ଉତ୍ତର ଆନ୍ଧ୍ୟ ଓ ଓଡ଼ିଶା ନିକଟ ସମୁଦ୍ରରେ ପହଞ୍ଚିବ । ଅସାନି ପ୍ରଭାବରେ ଆଜିଠାରୁ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ଆରମ୍ଭ ହୋଇଯିବ । ଆଜି ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଆସନ୍ତାକାଲି ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖ ଦିନ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର ଉପକୂଳର ଅଳ୍ପ କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟକୁ ପବନର ମଧ୍ୟ ଡର ନାହିଁ । ଓଡ଼ିଶା ଉପକୂଳ ସମୁଦ୍ରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ସମସ୍ତ ବନ୍ଦର ପାଇଁ ୨ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ କହିଛନ୍ତି ।

Get real time updates directly on you device, subscribe now.