ସନ୍ଧ୍ୟା ସୁଦ୍ଧା ବାତ୍ୟା : IMD, ଓଡିଶାକୁ ବାତ୍ୟା ପ୍ରଭାବ ବିଶେଷ ନାହିଁ

ଭୁବନେଶ୍ୱର : ଓଡିଶାକୁ ନାହିଁ ବାତ୍ୟା ବିପଦ । ୬ ଘଣ୍ଟା ମଧ୍ୟରେ ବାତ୍ୟାରେ ପରିଣତ ହେବ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ । ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୧୩ କିଲୋମିଟର ବେଗରେ ବହିବ ପବନ । ଆସନ୍ତାକାଲି ଓ ୨୫ ତାରିଖରେ ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ୫୦ରୁ ୭୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡ଼ିକ ସହିତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳର ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ରାଜ୍ୟର ବାକି ସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣରୁ ବର୍ଷା ହେବାର ସମ୍ଭାନା ରହିଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସାମୁଦ୍ରିକ ବନ୍ଦର ଗୁଡିକ ପାଇଁ ବିପଦ ସଙ୍କେତ ୩ ଜାରି କରାଯାଇଛି ଏବଂ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ SRCଙ୍କ ପକ୍ଷରୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅନ୍ୟ ସବୁ ସ୍ଥାନରେ ପାଗ ଶୁଖିଲା ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।