fbpx

ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ : ୭ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

AAKASH

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଉତ୍ତର ପଶ୍ଚିମ ପାଶ୍ୱର୍ବର୍ତ୍ତୀ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ସଂଲଗ୍ନ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସମୁଦ୍ର ମଧ୍ୟରେ ଏହି ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬କିମି ଯାଏଁ ବ୍ୟାପୀ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୭ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ।

ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବିଭାଗ ପକ୍ଷରୁ ୩ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲା ୟେଲୋୱାର୍ଣ୍ଣି ଜାରି କରାଯାଇଛି । ମାଲାକାନାଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଏହି ୩ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ଏହିସବୁ ଜିଲ୍ଲାରୁ ୭୦ ରୁ ୨୦୦ମିମି ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ରହିଛି ।

ସେହିପରି ରାୟଗଡା, କନ୍ଧମାଳ, ବୌଦ୍ଧ, ନୂଆପଡା, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ସୋନପୁର ଓ ସମ୍ବଲପୁରକୁ ପ୍ରବଳ ବର୍ଷାରସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଏହିସବୁ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଳାରେ ୭୦ ରୁ ୧୦୦ମିମି ବର୍ଷା ହେବାର ସମ୍ଭାବନା ରହିଛି ।

ବୁଧବାର ମାଲକାନାଗିରି , କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି, ନୂଆପଡା, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ ବଲାଙ୍ଗୀରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୭ତାରିଖରେ ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବଲାଙ୍ଗିର, ନବରଙ୍ଗପୁର ଓ ନୂଆପଡାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ଥିବା ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Get real time updates directly on you device, subscribe now.