fbpx

ଆଜିଠୁ କମିବ ଘୂର୍ଣ୍ଣିବଳୟ ପ୍ରଭାବ: ୨ ଜିଲ୍ଲାକୁ ପ୍ରବଳ ବର୍ଷା ଚେତାବନୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜିଠୁ କମିଯିବ ଘୂର୍ଣ୍ଣିବଳୟର ପ୍ରଭାବ । ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଦିଆଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ ଅଗଷ୍ଟ ମାସର ପ୍ରଥମ ୨୪ ଦିନରେ ୪୪୪.୫ ମିମି ବର୍ଷା ରେକର୍ଡ କରାଯାଇଛି । କନ୍ଧମାଳରେ ସ୍ୱାଭାବିକଠାର ଅତ୍ୟଧିକ ବର୍ଷା ରେକର୍ଡ କରାଯାଇଛି । ୭ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଅବଶିଷ୍ଟ ୨୨ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

Get real time updates directly on you device, subscribe now.