fbpx

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆସନ୍ତା ୧୨ ଘଣ୍ଟାରେ ଉତ୍ତର ଓଡ଼ିଶା ଛୁଇଁବା ସମ୍ଭାବନା: ୧୯ ଓ ୨୦ ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଚିଠି ଲେଖି ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର,(ଓଡିଶା ଭାସ୍କର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପୂର୍ବ କେନ୍ଦ୍ରୀୟ ଓ ଏହାର ସଂଲଗ୍ନ ଉତ୍ତର ପୂର୍ବାଞ୍ଚଳରେ ରହିଛି । ସମୁଦ୍ର ପତନଠାରୁ ଏହାର ୫.୮ କିଲୋମିଟର ଉପରେ ରହିଛି । ଏହି ଘୂର୍ଣ୍ଣିବଳୟ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି ।

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ ରହିବାକୁ କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର ପ୍ରଦୀପ ଜେନା । ଆଜିପାଇଁ ୩ଟି ଜିଲ୍ଲା ଯଥା- ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

୧୯ ଓ ୨୦ ପାଇଁ ରାଜ୍ୟ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୧୨ଟି ଜିଲ୍ଲାଗୁଡିକ ହେଉଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ।

Get real time updates directly on you device, subscribe now.