ଭୁବନେଶ୍ୱର: ମୌସୁମୀର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ରବିବାର ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବର୍ଷାର ପରିମାଣ ବଢ଼ିପାରେ ।
ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ଘୂର୍ଣ୍ଣିଝଡ ସହ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି କଳାହାଣ୍ଡି ଜିଲ୍ଲାରେ ୧୩୯.୪ ମିମି ସହ ସବୁଠାରୁ କମ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୬୫% କମ ରହିଛି
୧୭ ଜିଲ୍ଲାରେ ନିଅଣ୍ଟିଆ , ଗୋଟିଏ ଜିଲ୍ଲାରେ ଅତ୍ୟଧିକ ନିଅଣ୍ଟିଆ, ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ଏବଂ ଅବଶିଷ୍ଟ ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ
— Meteorological Centre, Bhubaneswar (@mcbbsr) July 13, 2023