fbpx

ମାଡ଼ି ଆସୁଛି ବାତ୍ୟା “ଜୱାଦ’! ୩ରୁ ପ୍ରବଳ ବର୍ଷିବ, ୪ରେ ଲ୍ୟାଣ୍ଡଫଲ୍

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଓଡିଶା ଆଡ଼କୁ ମାଡ଼ି ଆସୁଛି ବାତ୍ୟା “ଜୱାଦ’ । କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଏହା ୪୮ ଘଣ୍ଟା ଅବପାତରେ ପରିଣତ ହେବ । ୩ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଭାରତୀୟ ପାଣିାଗ ବିଭାଗ (ଆଇଏମ୍‌ଡ଼ି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ, ଡିସେମ୍ବର ୪ ତାରିଖ ଅର୍ଥାତ ଶନିବାର ସକାଳେ ଏହା ବାତ୍ୟାର ରୂପ ନେଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇାଁରେ । ଏହା ପ୍ରଭାବରେ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହୋଇଯିବ ବୋଲି ସେ ସୂଚନା ଦେଇଛନ୍ତି । ବାତ୍ୟାର ପ୍ରଭାବ ଉପକୂଳ ଓଡ଼ିଶାରେ ଅଧିକ ରହିବ । ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । କାଳକ୍ରମେ ଉତ୍ତର ଉପକୂଳରେ ବର୍ଷାର ପରିମାଣ ବଢ଼ିବ । ୩ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ । ୪ ତାରିଖରେ ପ୍ରବଳରୁ ଅତି ୩ରୁ ପ୍ରବଳ ବର୍ଷା ସମ୍ଭାବନା ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ ଫସଲ କାଟି ସୁରକ୍ଷିତ ସ୍ଥାନରେ ରଖିବାକୁ ଚାଷୀଙ୍କୁ କୃଷି ବିଭାଗର ପରାମର୍ଶ ସମ୍ଭାବ୍ୟ ବାତ୍ୟ ସମ୍ପର୍କରେ ସୂଚନା ଦେଉଛନ୍ତି ଏସ୍‌ଆର୍‌ସି ପ୍ରଦୀପ ଜେନା । ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୫ ତାରିଖରେ କିଛି ଜାଗାରେ ପ୍ରବଳ ବର୍ଷା ହୋଇପାରେ ।

ଆଇଏମ୍‌ଡି ଡିଜି କହିଛନ୍ତି ଯେ ମଙ୍ଗଳବାର ପୂର୍ବାହ୍ନରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଛନ୍ତି । ଏହା କାଳକ୍ରମେ ପଶ୍ଚିମ- ଉତ୍ତର ପଶ୍ଚିମ ଗତିକରି ୨ ତାରିଖରେ ଡିପ୍ରେସନ ପରିଣତ ହେବ । ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ । ୩ ତାରିଖ ମଧ୍ୟରାତ୍ରରୁ ପବନର ବେଗ ବଢ଼ିବ । ଘଣ୍ଟା ପ୍ରତି ୪୫ରୁ ୫୦ କି.ମି. ବେଗରେ ପବନ ହୋଇପାରେ । ତେବେ ବାତ୍ୟା ଉପକୂଳରେ ପହଞ୍ଚିଲେ ବି ଏହା ତୁରନ୍ତ ସ୍ଥଳଭାଗ ଛୁଇଁ ନପାରେ । ଉପକୂଳ ଛୁଇଁବା ପରେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ । ଏହି ବାତ୍ୟା ସର୍ବାଧିକ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମର ରୂ ନେଇପାରେ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି । ତା’ସହିତ ସମୁଦ୍ର ମଧ୍ୟକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ଡିସେମ୍ବର ୨ ତାରିଖ ସୁଦ୍ଧା ଫେରି ଆସିବାକୁ ସେ ପରାମର୍ଶ ଦେଇଛନ୍ତି । ଯଦି ଏହି ଲଘୁଚାପ ବାତ୍ୟାର ରୂପ ନିଏ ତେବେ ଏହାର ନାମ “ଜୱାଦ’ ରହିବ ବୋଲି ଜଣାପଡ଼ିଛି । ଅନ୍ୟପଟେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ ଜେନା । ତଳିଆ ଅଞ୍ଚଳ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିବା ବେଳେ ପାହାଡିଆ ଅଞ୍ଚଳରେ ଭୁସ୍ଖଳନ ସମ୍ଭାବନା ଥିବାରୁ ଏହା ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ଅହୋରାତ୍ର କଣ୍ଟ୍ରୋଲ ରୁମ୍‌ ଚାଲୁ କରିବାକୁ ମଧ୍ୟ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି । ମତ୍ସ୍ୟଜୀବୀଙ୍କୁ ଦିଆଯାଇଥିବା ପରାମର୍ଶ କଡ଼ାକଡ଼ି ପାଳନ କରିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି । ପରିକ୍ୱ ଧାନ ଫସଲର ସମ୍ପୂର୍ଣ୍ଣ ଅମଳ କରି ନିଆଯିବା ସହିତ ଅମଳ ହୋଇଥିବା ଧାନକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି ।

ଏସ୍‌ଆରସିଙ୍କ ସୂଚନା ଅନୁସାରେ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପାଣିାଗ ବିଭାଗ ସତର୍କ ସୂଚନା ଜାରି କରିଛି । ୩ ତାରିଖରେ ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ ତାରିଖରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଗଞ୍ଜାମ, ପୁରୀ ଓ ଜଗତସିଂହପୁରର କେତେକ ଜାଗାରେ ଅତି ପ୍ରବଳ ବର୍ଷିାରେ । ୫ ତାରିଖରେ ମଧ୍ୟ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛନ୍ତି ଏସ୍‌ଆର୍‌ସି । ଏହି ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କଟକ, କେନ୍ଦୁଝର, ଢେଙ୍କାନାଳ ଓ ମୟୁରଭଞ୍ଜ । ଅନ୍ୟପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀମାନଙ୍କ ପାଇଁ ଆଡଭାଇଜରୀ ଜାରି କରିଛି କୃଷି ଓ କୃଷକ ସଶକ୍ତିକରଣ ବିଭାଗ । ଶତକଡା ୮୫ ଭାଗ ପାଚିଯାଇଥିଲେ ଧାନକୁ ତୁରନ୍ତ କାଟି ନେଇ ସୁରକ୍ଷିତ ସ୍ଥାନରେ ରଖନ୍ତୁ । କଟା ହୋଇଥିବା ଧାନକୁ ବେଙ୍ଗଳା କରି ଦିଅନ୍ତୁ କିମ୍ବା ସମସ୍ତ ଧାନ ଅମଳ ସମ୍ଭବ ନହେଲେ ପଲିଥିନ ଘୋଡାଇ ସୁରକ୍ଷିତ ରଖିବାକୁ ବିଭାଗ ପକ୍ଷରୁ କୁହାଯାଇଛି ।

ସେହିପରି ଧାନ ଜମିରୁ ବଳକା ପାଣି ନିଷ୍କାସନ କରିବା ପାଇଁ ବ୍ୟବସ୍ଥା କରିବା, ଧାନଗଛ ପଡି ଯାଇଥିଲେ ହଳା କରି ଠିଆ କରିବାକୁ କୁହାଯାଇଛି । ଧାନ କାଟି ବିଲରେ ଶୁଖାନ୍ତୁ ନାହିଁ, ବର୍ଷା ସମୟରେ କୌଣସି କୀଟନାଶକ ସିଞ୍ଚନ କରନ୍ତୁ ନାହିଁ, ମୁଗ, ବିରି ଓ ପନିରିବା ଫସଲରେ ପାଣି କାଟିବା ବ୍ୟବସ୍ଥା କରନ୍ତୁ, କପା ଫସଲରେ ପାକଳ ହୋଇଥିବା ବକରାଗୁଡିକୁ ତୋଳି ସୁରକ୍ଷିତ ସ୍ଥାନକୁ ନେଇଯାଆନ୍ତୁ, ରବି ଫସଲ ବିଶେଷକରି ଆଳୁ ଲଗାଇବାକୁ ସାମୟିକ ସ୍ଥଗିତ ରଖିବାକୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ କମିଶନର ତଥା ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସମସ୍ତ ଜିଲ୍ଲାର କୃଷି ଓ ଉଦ୍ୟାନ କୃଷି ଅଧିକାରୀମାନଙ୍କ ସହ ଏକ ଆଭାସୀ ବୈଠକ କରାଯାଇଥିଲା । ବୈଠକ ପରେ ସମସ୍ତ ଅଧିକାରୀମାନେ ଆସନ୍ତା ଡିସେମ୍ବର ୬ ତାରିଖ ପର୍ଯ୍ୟନ୍ତ ନିଶ୍ଚିତ ରୂପେ ନିଜର ମୁଖ୍ୟ କାର୍ଯ୍ୟଳୟରେ ଉପସ୍ଥିତ ରହିବାକୁ ଏବଂ ଫସଲ ସୁରକ୍ଷା ଉପଦେଶାବଳୀକୁ କମ୍ୟୁନିଟି ରେଡିଓ ଏବଂ ଡାକବାଜି ଯନ୍ତ୍ର ସାହାଯ୍ୟରେ ଚାଷୀମାନଙ୍କୁ ଆସନ୍ତା ଦୁଇ ଦିନ ମଧ୍ୟରେ ପ୍ରଚାର ଓ ପ୍ରସାର କାର୍ଯ୍ୟକ୍ରମ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Get real time updates directly on you device, subscribe now.