fbpx

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା

Advertisement

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତାକାଲି (ବୁଧବାର) ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହିତ ୨୪ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ପରେ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।

ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ଏହି ସମୟରେ ୨୩ ତାରିଖରୁ ଦକ୍ଷିଣ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ବାତ୍ୟା ନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ଆକଳନ କରାଯାଇନଥିବାବେଳେ, ଲଘୁଚାପ କେବଳ ଅବପାତର ରୂପ ନେବା ନେଇ ସ୍ପଷ୍ଟ କରିଛି ପାଣିପାଗ ବିଭାଗ । ତେବେ ଆଗାମୀ ୫ ଦିନରେ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ଠାରୁ ବିଜୁଳି ଘଡଘଡି ସହ ବର୍ଷା ଓ ପବନ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ । ବିଶେଷକରି ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୩୦-୪୦କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ରାଜ୍ୟର ସମସ୍ତ ଜିଲାପାଳମାନଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ।

Get real time updates directly on you device, subscribe now.