fbpx

ଦେଶରେ ୨ ହଜାର ତଳକୁ ଖସିଲା ଦୈନିକ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଦୈନିକ ମୃତ୍ୟୁ ୨ ହଜାର ତଳକୁ ଖସିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୫୯୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୩ ହଜାର ୪୯୦କୁ ବୃଦ୍ଧି ପାଇଛି । ଦିନକରେ ୬୨ ହଜାର ୪୮୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୭ ଲକ୍ଷ ୬୨ହଜାର ୭୯୩କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୮ ହଜାର ୬୫୫ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୮୫ ଲକ୍ଷ ୮୦ ହଜାର ୬୪୭ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୬ କୋଟି ୮୯ ଲକ୍ଷ ୬୦ ହଜାର ୩୯୯ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.