ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 10th October
New Positive Cases: 448
Of which 0-18 years: 59
In quarantine: 259
Local contacts: 189(Details of local contacts will be shared by concerned Dist Administration)
District Wise Cases:
1. Angul: 2
2. Balasore: 13
3. Bargarh: 1
4. Bhadrak: 3— I & PR Department, Odisha (@IPR_Odisha) October 11, 2021
ଆଜି ୪୪୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୮୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୫୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୭୪୯ ରହିଥିବା ବେଳେ ୫ ହଜାର ୮୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Nayagarh: 4
23. Nuapada: 2
24. Puri: 12
25. Rayagada: 1
26. Sambalpur: 9
27. Sundargarh: 10
28. State Pool: 51New recoveries: 438
Cumulative tested: 20709152
Positive: 1032144
Recovered: 1018749
Active cases: 5087— I & PR Department, Odisha (@IPR_Odisha) October 11, 2021