fbpx

କିସ୍‌ରୁ ମାଟ୍ରିକ୍‌ ପାସ୍ କଲେ ଦାନ ମାଝୀଙ୍କ ବଡ଼ ଝିଅ ଚାନ୍ଦିନୀ ମାଝୀ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ବହୁ ଚର୍ଚ୍ଚିତ ଦାନ ମାଝୀଙ୍କ ବଡ଼ ଝିଅ ଚାନ୍ଦିନୀ ମାଝୀ ମାଟ୍ରିକ୍‌ରେ କୃତକାର୍ଯ୍ୟ ହୋଇଛନ୍ତି । ସେ ଓ ତାଙ୍କର ଅନ୍ୟ ଦୁଇ ସାନ ଭଉଣୀ କିସ୍‌ରେ ରହି ପାଠ ପଢୁଛନ୍ତି ।ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ୍‌ ସାଇନ୍‌ସେସ୍‌ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି । ସ୍କୁଲ୍‌ର ୬୨୯ ଛାତ୍ରଛାତ୍ରୀ ୭୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି।   କିସ୍‌ ଫଳାଫଳ ନେଇ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆନନ୍ଦ ପ୍ରକାଶ କରିବା ସହ କିସ୍‌ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ଅଦମ୍ୟ ଉଦ୍ୟମ ଓ ଛାତ୍ରଛାତ୍ରୀଙ୍କ କଠିନ ପରିଶ୍ରମ ଯୋଗୁଁ ଏହା ସମ୍ଭବ ହୋଇଛି ବୋଲି କହିଛନ୍ତି ।

ସୂଚନା ମୁତାବିକ, ଶୁକ୍ରବାର ପ୍ରକାଶିତ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ୍‌ ସାଇନ୍‌ସେସ୍‌ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି । ସ୍କୁଲ୍‌ର ୬୨୯ ଛାତ୍ରଛାତ୍ରୀ ୭୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ରାଜ୍ୟ ଫଳାଫଳ ୯୭.୮୯ ପ୍ରତିଶତ ହୋଇଥିବା ବେଳେ କିସ୍‌ର ପାସ୍‌ ହାର ଶତ ପ୍ରତିଶତ ହୋଇଛି । ଚଳିତବର୍ଷ କିସ୍‌ର ମୋଟ ୧୯୦୦ ଛାତ୍ରଛାତ୍ରୀ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ । ଗଜପତି ଜିଲ୍ଲା ସଉରା ସଂପ୍ରଦାୟର ମୋହନ ଚରଣ ରଇତ ସର୍ବାଧିକ ୫୪୦ ନମ୍ବର ରଖି କିସ୍‌ ଟପ୍‌ ର ହୋଇଛନ୍ତି । ଚଳିତବର୍ଷ ଡିଡାଇ, ଜୁଆଙ୍ଗ, ଖଡ଼ିଆ, କୁଟିଆ କନ୍ଧ, ଲୋଧା, ଲାଞ୍ଜିଆ ସଉରା ଓ ବଣ୍ଡା ଆଦି ଆଦିମ ଜନଜାତିର ୫୭୩ ଜଣ ଛାତ୍ରଛାତ୍ରୀ ସଫଳତା ହାସଲ କରିଛନ୍ତି ।

ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ବହୁ ଚର୍ଚ୍ଚିତ ଦାନ ମାଝୀଙ୍କ ବଡ଼ ଝିଅ ଚାନ୍ଦିନୀ ମାଝୀ କୃତକାର୍ଯ୍ୟ ହୋଇଛନ୍ତି । ସେ ଓ ତାଙ୍କର ଅନ୍ୟ ଦୁଇ ସାନ ଭଉଣୀ କିସ୍‌ରେ ରହି ପାଠ ପଢୁଛନ୍ତି । କିସ୍‌ ଫଳାଫଳ ନେଇ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆନନ୍ଦ ପ୍ରକାଶ କରିବା ସହ କିସ୍‌ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ଅଦମ୍ୟ ଉଦ୍ୟମ ଓ ଛାତ୍ରଛାତ୍ରୀଙ୍କ କଠିନ ପରିଶ୍ରମ ଯୋଗୁଁ ଏହା ସମ୍ଭବ ହୋଇଛି ବୋଲି କହିଛନ୍ତି ।

Get real time updates directly on you device, subscribe now.