ଭୁବନେଶ୍ୱର, ୨୩ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୧୨୬୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨୬ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୧୨୬ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୯୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୩୩ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ୮୧ଜଣ ସୁସ୍ଥ ମଧ୍ୟ ହୋଇଛନ୍ତିି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୧୪୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୦୫ଜଣ ସୁସ୍ଥ ହୋଇଛନ୍ତି ଓ ୧୧ଜଣଙ୍କର ମୃତ୍ୟୁ ହୋଇଛି । ଏହାସହ ଏବେ ୬୫୧ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
Update on newly detected & cured #COVID19 cases in the last 24 hrs under the BMC area on 23rd July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/Pc8jkIQAJT— BMC (@bmcbbsr) July 23, 2020