୨୪ଘଣ୍ଟାରେ ୪୯,୩୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୪ା୭: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୪୯,୩୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୪୦ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୪୫କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୩୦,୬୦୧ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୮,୧୭,୨୦୯ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪,୪୦,୧୩୫ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ମହାରାଷ୍ଟ୍ରରେ ସର୍ବାଧିକ ୧୨ହଜାର ୮୫୪, ଦିଲ୍ଲୀରେ ୩୭୪୫, ତାମିଲନାଡ଼ୁରେ ୩୨୩୨, ଗୁଜୁରାଟରେ ୨୨୫୨ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।