fbpx

ବିପଦରେ ଭୁବନେଶ୍ୱର! ଆଜି ଆଉ ୨୧୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୮ା୭(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱର ଦିନକୁ ଦିନ ସଂକ୍ରମିତ ହେବାରେ ଲାଗିଛି । ଆଜି ଭୁବନେଶ୍ୱରରେ ୨୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୧୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୦ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ୧୩୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୩୬୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୧୧୪୧ ଜଣ ସୁସ୍ଥ ହୋଇଛନ୍ତି ଓ ୧୩ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୧୨୦୯ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.