fbpx

ଦାର୍ଜିଲିଂ ଟ୍ରେନ ଟ୍ରାଜେଡି; ମୃତକଙ୍କୁ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା: ଘୋଷଣା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

Advertisement

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡିରେ ବୃଦ୍ଧି ପାଉଛି ମୃତ୍ୟୁ ଏବଂ ଆହତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ, ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଥିବା ବେଳେ ୬୦ ଜଣରୁ ଅଦିକ ଲୋକ ଆହତ ହୋଇଥିବା ଜାଣିବାକୁ ମିଳିଛି । ତେବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀମାନଙ୍କ ପାଇଁ ଆର୍ଥିକ ସହାତାର ହାତ ବଢାଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦାର୍ଜିଲିଂ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯାତ୍ରୀଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାଏ କ୍ଷତିପୂରଣ ପ୍ରଦାନ କରିବା ପାଇଁ ରେଳମନ୍ତ୍ରୀ ଘୋଷଣା କରିଛନ୍ତି । ଏହାବ୍ୟତୀତ ଦୁର୍ଘଟଣାରେ ଗୁରୁତର ହୋଇଥିବା ଯାତ୍ରୀଙ୍କୁ ୨.୫ ଲକ୍ଷ ଟଙ୍କା ଯୋଗାଇ ଦିଆଯିବା ନେଇ ଘୋଷଣା କରିଥିବା ବେଳେ ଆହତଙ୍କ ପାଇଁ ୫୦ ହଜାର ଟଙ୍କା  ପ୍ରଦାନ କରିବାକୁ ରେଳମନ୍ତ୍ରୀ ଘୋଷଣା କରିଛନ୍ତି ।

କାଞ୍ଚନଜଙ୍ଗା ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାର ବର୍ଗଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି । ସେହିପରି ଆହତଙ୍କ ପରିବାରଙ୍କୁ ୫୦ ହଜାର ଲେଖାଏଁ ଆର୍ଥିକ ସହାୟତା ଘୋଷଣା ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଲକ୍ଷ ଲେଖାଏଁ ସହାୟତା ଦିଆଯିବା ନେଇ ଘୋଷଣା କରାଯାଇଛି ।

Get real time updates directly on you device, subscribe now.