fbpx

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ, ୫ଟି ପର୍ଯ୍ୟାୟରେ ଭୋଟ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ । ମିଥ୍ୟା ସତ୍ୟପାଠ ଦେଲେ ପ୍ରାର୍ଥୀଙ୍କୁ ଦଣ୍ଡିତ କରିବାକୁ ପ୍ରାବଧାନ ରହିଛି । ଭୋଟ ଗ୍ରହଣ ସରିଲେ ବ୍ଲକ ସ୍ତରରେ ଭୋଟ ଗଣତି ହେବ । ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ପ୍ରଚାର ପାଇଁ ପଥପ୍ରାନ୍ତ ପଦଯାତ୍ରା, ବାଇକ ରାଲି ପାଇଁ ଅନୁମତି ନାହିଁ । ସାଧାରଣ ସଭା ବା କୌଣସି ପ୍ରକାର ସମାବେଶକୁ ଅନୁମତି ନାହିଁ । ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାର୍ଥୀମାନେ ଘରକୁ ଘର ଯାଇ ପ୍ରଚାର କରିପାରିବେ । ଡବଲ ଡୋଜ୍ ଟିକା ବା ଆରଟିପିସିଆର ଟେଷ୍ଟ କରିଥିବା ବ୍ୟକ୍ତି ଗଣତି କେନ୍ଦ୍ରକୁ ଯିବାକୁ ଅନୁମତି ରହିଛି । ଭର୍ଚୁଆଲ ଓ ଡିଜିଟାଲ ପ୍ଲାଟାଫର୍ମରେ ପଚାର କରିବେ ପ୍ରାର୍ଥୀ । ଭୋଟ ଗଣତି ପରେ ବିଜୟ ଶୋଭାଯାତ୍ରା କରାଯାଇ ପାରିବ ନାହିଁ । ଆଜିଠାରୁ ଫେବ୍ରୁଆରୀ ୨୮ ପର୍ଯ୍ୟନ୍ତ ଆଦର୍ଶ ଆଚରଣ ବିଧି ଲାଗୁ ହେବ ।

ତେବେ ୫ଟି ପର୍ଯ୍ୟାୟରେ ପଞ୍ଚନ୍ତ ଭୋଟ ଗ୍ରହଣ କରାଯିବ । ଫେବ୍ରୁଆରୀ ୧୬, ୧୮, ୨୦, ୨୨, ୨୪ରେ ଭୋଟ ଗ୍ରହଣ କରାଯିବ । ଫେବ୍ରୁଆରୀ ୨୫,୨୭ ଓ ୨୮ରେ ଭୋଟ ଗଣତି ହେବ । ମାର୍ଚ୍ଚ ୧୧ରେ ନାଏବ ସରପଞ୍ଚ ନିର୍ବାଚନ ହେବ । ସେହିପରି ମାର୍ଚ୍ଚ ୧୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ୨୩ରେ ଉପାଧ୍ୟକ୍ଷ ନିର୍ବାଚନ ହେବ । ମାର୍ଚ୍ଚ ୧୩ରେ ଜିଲ୍ଲାପରିଷକ୍ଷ ଅଧ୍ୟକ୍ଷ ଓ ୨୫ ତାରିଖରେ ଉପାଧ୍ୟକ୍ଷ ନିର୍ବାଚନ ହେବ ।

ଜାନୁଆରୀ ୧୩ରେ ପଞ୍ଚାୟତ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି ହେବ । ୧୭ରୁ ୨୧ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ କରିପାରିବେ । ୨୨ରେ ପ୍ରାର୍ଥୀପତ୍ର ଗୁଡ଼ିକର ଯାଞ୍ଚ କରାଯିବ । ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇ ପାରିବ । ୨୫ ତାରିଖରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ।

Get real time updates directly on you device, subscribe now.