ପ୍ରବାସୀ ଭାରତୀୟ ସମ୍ମିଳନୀର ଦ୍ୱିତୀୟ ଦିନ; ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ପିଏମ ମୋଦୀ
ଜନତା ମଇଦାନରେ ଆଜି ପ୍ରବାସୀ ଭାରତୀୟ ସମ୍ମିଳନୀର ଆଜି ଦ୍ୱିତୀୟ ଦିନ । ଆଜି ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ଭୁବନେଶ୍ୱର: ଜନତା ମଇଦାନରେ ଗତକାଲି ଅର୍ଥାତ ୮ ତାରିଖରେ ଆରମ୍ଭ ହୋଇଛି ତିନି ଦିନିଆ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଏଥିରେ ବିଭିନ୍ନ ଦେଶରେ ରହୁଥିବା ପ୍ରବାସୀ ଭାରତୀୟମାନେ ଯୋଗ ଦେଇଛନ୍ତି ।
କାର୍ଯ୍ୟକ୍ରମର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଭାରତୀୟଙ୍କୁ ଆହ୍ୱାନ ଦେଇଛନ୍ତି । ତେବେ ଆଜି ପ୍ରବାସୀ ଭାରତୀୟ ଦିବସର ଦ୍ୱିତୀୟ ଦିନ । ଆଜି ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପୂର୍ବାହ୍ନ ୧୦ଟାରୁ ସାଢେ ୧୧ଟା ଯାଏଁ ଜନତା ମଇଦାନରେ ରହିବେ ପିଏମ ମୋଦୀ ।
ବୁଧବାର ରାତି ପାଖାପାଖି ସାଢ଼େ ୮ଟା ସମୟରେ ପ୍ରଧାନମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେଠାରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ସ୍ବାଗତ କରିଥିଲେ। ବିମାନବନ୍ଦରରୁ ପ୍ରଧାନମନ୍ତ୍ରୀ ସିଧାସଳଖ ରାଜଭବନ ଅଭିମୁଖେ ବାହାରିଥିଲେ।