ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ତେଣୁ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆସନ୍ତା ଏପ୍ରିଲ ୨୫ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲରେ ସରକାର ଖରାଦିନ ଛୁଟି ଘୋଷଣା କରିଛନ୍ତି । ଏହାପୂର୍ବରୁ ୨୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଣୋ ହୋଇଥିଲା । ତେବେ ଏପ୍ରିଲ ୨୨ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ଯିବେ ଛାତ୍ରଛାତ୍ରୀ । ଏହି ୩ ଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ପିଲାମାନଙ୍କୁ ସ୍କୁଲରେ ପାଠ ପଢାଯିବ । ଏହାପରେ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ, ୨୫ ତାରିଖର ସମସ୍ତ ସ୍କୁଲରେ ଛୁଟି ପ୍ରଦାନ କରାଯିବ ।
ସମ୍ଭାବ୍ଯ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ। ସେହିପରି ଏପ୍ରିଲ ୨୫ ତାରିଖ ଠାରୁ ରାଜ୍ୟ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି।
ସମ୍ପୂର୍ଣ୍ଣ ଖବର ପଢନ୍ତୁ: pic.twitter.com/orxkBopJfu
— I & PR Department, Odisha (@IPR_Odisha) April 21, 2024