fbpx

ଭୁବନେଶ୍ୱର ବଡଗଡ ଥାନାରେ ହାଜତ ମୃତ୍ୟୁ! ସାଇକେଲ ଚୋରି ସନ୍ଦେହରେ…

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭୁବନେଶ୍ୱର ବଡଗଡ ଥାନାରେ ହାଜତ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ପୋଲିସ କବଜାରେ ଥିବା ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀ ଅଭିଯୋଗ କରିଛନ୍ତି । ମୃତକ ଜଣକ ହେଉଛନ୍ତି କପିଳପ୍ରସାଦ ଅଂଚଳର ଦେବେନ୍ଦ୍ର ଚୌଧୁରୀ ।

ଦେବେନ୍ଦ୍ରଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି ଯେ, ଗତକାଲି ରାତିରେ ଦେବେନ୍ଦ୍ର ରସୁଲଗଡରୁ ଘରକୁ ଫେରୁଥିବା ବେଳେ ପୋଲିସ ତାଙ୍କୁ ଉଠାଇ ନେଇଥିଲା । ସାଇକେଲ ଚୋରି ସନ୍ଦେହରେ ତାଙ୍କୁ ଉଠାଇନେଇଥିଲା ପୋଲିସ । ଥାନା ହାଜତରେ ସେ ତଳେ ପଡି ଗୁରୁତର ହେବା ପରେ ଦେବେନ୍ଦ୍ରଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ତେବେ ଦେବେନ୍ଦ୍ରଙ୍କ ନାଁରେ ପୂର୍ବରୁ ଏକାଧିକ ଚୋରି ମାମଲା ଥିଲା । ଗତକାଲି ଚୋରି କରୁଥିବା ବେଳେ ପୋଲିସ ତାଙ୍କୁ ଧରିବାକୁ ଚେଷ୍ଟା କରିବା ବେଳେ ସେ ତଳେ ପଡି ଯାଇଥିଲେ । ଥାନାକୁ ଆଣି ଜେରା ବେଳେ ତାଙ୍କ ସ୍ୱାସ୍ଥ୍ୟ ଭଲ ନ ଥିବା ସେ କହିଥିଲେ । ହସ୍ପିଟାଲ ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.