fbpx

ବିଜେଡିରେ ମିଶିଲେ ଦେବଗଡ଼ ରାଣୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏପ୍ରିଲ ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେଉଛି । ଏଥିସହିତ ୪ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ମତଦାନ ଗ୍ରହଣ କରାଯିବ । ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ତେବେ ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ସେମାନଙ୍କର ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି । ଏପରି ସ୍ଥିତିରେ ରାଜନେତାମାନେ ଦଳ ବଦଳ କରୁଥିବା ଦେଖାଯାଉଛି ।

ଏହା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ଆଜି ସମ୍ବଲପୁର ସାଂସଦ ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ ବିଜେପି ଛାଡ଼ିଥିବା ବେଳେ ଏବେ ସେ ବିଜେଡିରେ ଯୋଗ ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଦେବଗଡ଼ି ରାଣୀ ଅରୁନ୍ଧତୀ ଶଙ୍ଖ ଧରିଛନ୍ତି । ଆଜି ଅପରାହ୍ଣରେ ଅରୁନ୍ଧତୀ ପଦ୍ମ ଛାଡ଼ିଥିବା ବେଳେ କମ୍ ସମୟ ମଧ୍ୟରେ ବିଧିବଦ୍ଧ ଭାବେ ବିଜେଡ଼ିରେ ସାମିଲ ହୋଇଛନ୍ତି । ଆଗକୁ ଦଳ ତାଙ୍କୁ ବଡ଼ ଦାୟିତ୍ୱ ଦେଇପାରେ ।

Get real time updates directly on you device, subscribe now.