fbpx

Video; ନିର୍ବାଚନ ଫଳାଫଳରେ ଘୋଟାଲା ହୋଇଥିବା ଅଭିଯୋଗ କରିଥିଲେ ଦୀପାଳି, ଯାଞ୍ଚ ହେବ EVM

ଝାରସୁଗୁଡ଼ା: (ଓଡ଼ିଶା ଭାସ୍କର) ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଚଳିତ ସାଧାରଣ ନିର୍ବାଚନରେ ୧୩୩୩ ଖଣ୍ଡ ଭୋଟ୍ ବ୍ୟବଧାନରେ ପରାଜିତ ହୋଇଛନ୍ତି। ତେବେ, ଭୋଟ୍ ଗଣତି ବା ଇଭିଏମ୍ ତ୍ରୁଟି ରହିଥିବା ଆଶଙ୍କା କରି ସେ ଇଭିଏମ୍‌ର ପୁନଃ ଯାଞ୍ଚ ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ।

ଏଥିପାଇଁ ସେ ଆବଶ୍ୟକ ଫି’ ମଧ୍ୟ ଜମା କରିଥିଲେ । ଚଳିତ ନିର୍ବାଚନର ଭୋଟ୍ ଗଣତିରେ କୌଣସି ପ୍ରାର୍ଥୀଙ୍କ ସନ୍ଦେହ ରହିଥିଲେ ସେମାନେ ୫ ପ୍ରତିଶତ ଇଭିଏମ୍‌ର ପୁନଃ ଯାଞ୍ଚ କରିବା ପାଇଁ ଆବେଦନ କରିପାରିବେ ବୋଲି ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ ରହିଥିଲା। ଏଥିପାଇଁ ଗତ ୧୦ ତାରିଖ ଆବେଦନର ଶେଷ ତାରିଖ ରହିଥିଲା ।

ଏହି ନିୟମ ଆଧାରରେ ଦୀପାଳି ୫ ପ୍ରତିଶତ ବା ୧୩ ସେଟ୍ ଇଭିଏମ୍ ଓ ଭିଭିପିଏ ଏଟି ଯାଞ୍ଚ ପାଇଁ ଆବେଦନ କରିଛନ୍ତି। ପ୍ରତିଟି ସେଟ୍‌ର ଯାଞ୍ଚ ପାଇଁ ଧାର୍ଯ୍ୟ ହୋଇଥିବା ୪୭ ହଜାର ଟଙ୍କା ହିସାବରେ ସେ ୬ ଲକ୍ଷ ୧୧ ହଜାର ଟଙ୍କା ମଧ୍ୟ ଜମା ଦେଇଛନ୍ତି ।  ଏକ ଇଞ୍ଜିନିୟରିଂ ଟିମ୍‌ର ଉପସ୍ଥିତିରେ ଏହି ୧୩ ସେଟ୍ ଇଭିଏମ୍ ଓ ଭିଭିପିଏଟିର ଯାଞ୍ଚ କରାଯିବ ବୋଲି ଜିଲ୍ଲା ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ।

 

 

Get real time updates directly on you device, subscribe now.