fbpx
BSKY SKY
BSKY SKY

ଆସନ୍ତା ୮ରେ ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ୧୨ରେ ଆସିବେ ଗୃହମନ୍ତ୍ରୀ ଅମିତ ଶାହ

BSKY

ଭୁବନେଶ୍ୱର: ଆସନ୍ତା ମେ’ ୮ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଏହି ଦିନ ରାଜନାଥ ସିଂ ରାୟଗଡ଼ା ଗସ୍ତ କରିବେ । ସେହିପରି ୧୨ ତାରିଖରେ ପୁଣି ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ । ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ସୂଚନା ମିଳିଛି ।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗତ ମାସରେ ଓଡ଼ିଶା ଗସ୍ତରେ ଆସି ସୋନପୁରରେ ନିର୍ବାଚନ ବିଗୁଲ୍‌ ବଜାଇଥିଲେ। ଓଡ଼ିଶାରେ ବିଜେପି ପାଇଁ ସେ ପ୍ରଚାର ଆରମ୍ଭ କରିଥିଲେ। ରାମେଶ୍ୱର ଷ୍ଟାଡିୟମ୍‌ରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧିତ କରିବା ଅବସରରେ ଶ୍ରୀ ଶାହ କହିଥିଲେ ଯେ, ଓଡ଼ିଶାରେ ଖଣିଜ ସଂପଦ ପ୍ରଚୁର ପରିମାଣରେ ରହିଛି। ଏଥିସହ ସବୁଠାରୁ ଅଧିକ ପାଣି ରହିଛି। ତଥାପି ଓଡ଼ିଶାର ବିକାଶ ହୋଇପାରୁ ନାହିଁ। ଓଡ଼ିଶାର ଜନତା ମୁମ୍ବାଇ, ଗୁଜରାଟ, ଦିଲ୍ଲୀ, ବେଙ୍ଗାଲୁରୁ ଦାଦନ ଖଟିବାକୁ ଯାଉଛନ୍ତି। ଭାରତୀୟ ଜନତା ପାର୍ଟୀର ସରକାର ଆସିଲେ ଓଡ଼ିଶାର ଲୋକଙ୍କୁ ଦାଦନ ଖଟିବାକୁ ଯିବାକୁ ପଡ଼ିବ ନାହିଁ। ଲୋକଙ୍କୁ ଏଠାରେ ରୋଜଗାର ମିଳିବ ବୋଲି ସେ ଜନସମାବେଶରେ କହିଥିଲେ।

ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଦିନିଆ ଓଡ଼ିଶା ଗସ୍ତରେ ଆଜି ଆସିବେ। ଆଜି ରାତିରେ ପହଞ୍ଚିବା ପରେ ଆସନ୍ତାକାଲି ଭୁବନେଶ୍ୱରରେ ରୋଡ ସୋ’ କରିବା ସହ ବିଭିନ୍ନ ପ୍ରଚାର ସଭାରେ ସାମିଲ ହେବେ। ସେହିଭଳି ଆସନ୍ତା ୧୦ ଓ ୧୧ ତାରିଖରେ ମଧ୍ୟ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।

Get real time updates directly on you device, subscribe now.