fbpx

Padma Shri:ମାଗୁଣୀ ଚରଣ କୁଅଁରଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାରଦିନ ରାଷ୍ଟ୍ରପତି ଭବନଠାରେ ବର୍ଷ ୨୦୨୩ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ତେବେ ଏହି କାର୍ଯ୍ୟକ୍ରମରେ ଓଡ଼ିଶାର କଣ୍ଢେଇ ନୃତ୍ୟ ଗୁରୁ ମାଗୁଣୀ ଚରଣ କୁଅଁର ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି । ଓଡ଼ିଶାରୁ ୪ ଜଣଙ୍କ ନାମ ପଦ୍ମଶ୍ରୀ ପୁରସ୍କାର ପାଇଁ ଘୋଷଣା କରାଯାଇଥିଲା । ଏହା ସହିତ ଏଥର ୬ ଜଣ ପଦ୍ମବିଭୂଷଣ ପାଇଥିବାବେଳେ ୯ ଜଣ ପଦ୍ମଭୂଷଣ, ୯୧ ଜଣ ପଦ୍ମଶ୍ରୀ ପୁରସ୍କାର ପାଇଛନ୍ତି ।

ତେବେ କଣ୍ଢେଇ ନୃତ୍ୟ ପାଇଁ ପରିଚିତ ମାଗୁଣୀ ଚରଣ କୁଅଁର ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି । ସେହିଭଳି ବାସ୍ତୁକଳା ପାଇଁ ପ୍ରଫେସର ବାଳକୃଷ୍ଣ ଦୋଶୀ (ମରଣୋତ୍ତର), ପୂର୍ବତନ ମନ୍ତ୍ରୀ ଏସ.ଏମ.କୃଷ୍ଣାଙ୍କୁ ପଦ୍ମବିଭୂଷଣ ପ୍ରଦାନ କରାଯାଇଛି ।

Get real time updates directly on you device, subscribe now.