fbpx

ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ; ଓଡ଼ିଶାର ୨ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି ଅବପାତ । ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ । ଆଜି ଅତି ପ୍ରବଳ ବର୍ଷା ନେଇ ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମୟୂରଭଞ୍ଜ, କେନ୍ଦୁଝରକୁ ରେଡ୍ ଆଲର୍ଟ କରାଯାଇଛି । ସେହିପରି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁରକୁ ୟେଲୋ ଆଲର୍ଟ ଜାରି କରିଛି ଆଇଏମଡି । ସେପଟେ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଗତକାଲି ମୟୂରଭଞ୍ଜର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଥିଲେ ଜିଲ୍ଲାପାଳ । ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଥିଲେ ଜିଲ୍ଲାପାଳ ।

Get real time updates directly on you device, subscribe now.