ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାର୍ଚ୍ଚ ୩୧ ପରେ ୱାନ୍ ଟୁ ୱାନ୍ ସର୍ଭେ
ରାକ୍ଷୀ ପୂର୍ଣ୍ଣିମାରେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ଦ୍ବିତୀୟ କିସ୍ତି ।
ଭୁବନେଶ୍ବର: ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଟଙ୍କା ନେଇ ଏକ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ଦ୍ବିତୀୟ କିସ୍ତିରୁ 1 ଲକ୍ଷ ମହିଳା ବଞ୍ଚିତ ହୋଇଥିବା ନେଇ ସେ ସୂଚନା ଦେଇଛନ୍ତି। ମାର୍ଚ୍ଚ 31 ତାରିଖ ପରେ ସୁଭଦ୍ରା ସର୍ଭେ କରାଯିବ ।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କହିବା ଅନୁସାରେ, ରାସନ୍ କାର୍ଡ ଓ ଆୟରେ ତାଳମେଳ ଅଭାବରୁ ୧ ଲକ୍ଷ ମହିଳା ବଞ୍ଚିତ ହୋଇଛନ୍ତି । ପ୍ରଥମ କିସ୍ତି ପାଇଛନ୍ତି, ମାତ୍ର ଆୟ ବୃଦ୍ଧି ଦର୍ଶାଇ ରାସନ କାର୍ଡ ଫେରାଇଛନ୍ତି କିଏ ଗାଡ଼ି କିଣିଛନ୍ତି, କିଏ ୫ ଏକର ଜମି ନ ଥାଇ ଅଧିକ ଧାନ ମଣ୍ଡିରେ ଦେଇଛନ୍ତି ।
ତେବେ ଏନେଇ ମାର୍ଚ୍ଚ ୩୧ ପରେ ୱାନ୍ ଟୁ ୱାନ୍ ସର୍ଭେ କରାଯିବ । ପ୍ରଭାତୀ ରାକ୍ଷୀ ପୂର୍ଣ୍ଣିମାରେ ବଞ୍ଚିତ ଯୋଗ୍ୟ ହିତାଧିକାରୀ ଦ୍ବିତୀୟ କିସ୍ତି ପାଇବେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଯେଉଁମାନଙ୍କୁ ୨୧ ହେଉଥିବା ଆବେଦନ କରିପାରିବେ ।
ତେବେ ସର୍ଭେରେ ସମସ୍ତ ସତ୍ୟ ସାମ୍ନାକୁ ଆସିବ । ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯାଇପାରେ ।