fbpx

ପୁଣି ବଢ଼ିଲା ଚିନ୍ତା; ରାଜ୍ୟରୁ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଡିଟେଲ୍ସ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ନିଜର ଆତଙ୍କ ଖେଳାଇବାରେ ଲାଗିଛି । ଏହାରି ମଧ୍ୟରେ ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ନୂଆ ଚିହ୍ନଟ ହୋଇଥିବା ଓମିକ୍ରନ ଆକ୍ରାନ୍ତ ୟୁଏଇ ଫେରନ୍ତା ବୋଲି ଜଣାପଡିଛି । ଆକ୍ରାନ୍ତଙ୍କ ବୟସ ୩୧ ବର୍ଷ ହୋଇଥିବା ବେଳେ ତାଙ୍କ ଘର କେନ୍ଦୁଝରରେ ହୋଇଥିବା ନେଇ ସୂଚନା ମିଳିଛି । ବର୍ତ୍ତମାନ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ନୂଆ ଆକ୍ରାନ୍ତ । ଓମିକ୍ରନ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ଗତ ୨୧ ତାରିଖରେ ରାଜ୍ୟର ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

Get real time updates directly on you device, subscribe now.